Indus Valley Times

ବିରୋଧୀ ଦଳ ନେତା ନବୀନଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ; ସ୍ୱାସ୍ଥ୍ୟବସ୍ଥା ପଚାରିବା ସହ ଆଶୁ ଆରୋଗ୍ୟ କାମନା କରି ବିଶ୍ରାମ ନେବାକୁ କହିଲେ

 Breaking News

ବିରୋଧୀ ଦଳ ନେତା ନବୀନଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ; ସ୍ୱାସ୍ଥ୍ୟବସ୍ଥା ପଚାରିବା ସହ ଆଶୁ ଆରୋଗ୍ୟ କାମନା କରି ବିଶ୍ରାମ ନେବାକୁ କହିଲେ

August 20
17:56 2025

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦/୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ ନବୀନଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ମୋଦି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ନବୀନଙ୍କୁ ଭେଟିବାକୁ ବି କହିଛନ୍ତି ପ୍ରଧାନମନ୍ତ୍ରୀ।
ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍ ଅଲ୍ଟିମେଟ୍ ହସ୍ପିଟାଲ ଯାଇଥିଲେ।
ଉଲ୍ଲେଖଯୋଗ୍ୟ, ଜୁନ୍ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା।
ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ସେବେଠାରୁ ନବୀନ ନିବାସରେ ସେ ରହିବା ସହିତ ଦଳୀୟ ନେତୃବୃନ୍ଦଙ୍କ ସହିତ କମ୍ ସାକ୍ଷାତ ଆଲୋଚନା କରୁଥିବା ଜଣାଯାଇଛି। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ନେଇ ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ ଦେବ କହିଛନ୍ତି, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛୁ ସେ ଖୁବ୍‌ଶୀଘ୍ର ଭଲ ହୋଇଯାଆନ୍ତୁ। ଏହାସହିତ ତାଙ୍କ ପ୍ରତି ରାଜ୍ୟବାସୀଙ୍କ ଆଶୀର୍ବାଦ ରହିଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930