Indus Valley Times

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

 Breaking News

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ ଉପନେତା
June 19
18:24 2024

ଭୁବନେଶ୍ବର, ୧୯/୬: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ସେହିପରି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ବିରୋଧୀ ଦଳର ଉପନେତା କରିଛି। ଯାଜପୁର ଜିଲ୍ଲା ବିଝାରପୁର ବିଧାୟିକା ପ୍ରମିଳା ମଲ୍ଲୀକ ବିରୋଧୀ ଦଳର ମୁଖ୍ୟ ସଚେତକ ଓ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବିଧାୟକ ପ୍ରତାପ ଦେବ ବିରୋଧୀ ଦଳ ଉପମୁଖ୍ୟ ସଚେତକ ହୋଇଛନ୍ତି।
ବୈଠକରେ ବିଜେଡି ଉପସଭାପତି ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ଦେବୀ ତ୍ରିପାଠୀ, ରାଜେନ୍ଦ୍ର ଢୋଲକିଆ, ଅଶୋକ ପଣ୍ଡା, ସଂଜୟ ଦାସବର୍ମା, ଶଶୀଭୂଷଣ ବେହେରା, ପ୍ରସନ୍ନ ଆଚାର୍ଯ୍ୟ, ପ୍ରତାପ ଦେବ, ପ୍ରମିଳା ମଲ୍ଲିକ, ବିଏମ୍ସି ମେୟର ସୁଲୋଚନା ଦାସ ପମୁଖ ଉପସ୍ଥିତ ଥିଲେ। ଦୀର୍ଘ ୨୪ ବର୍ଷ କ୍ଷମତାରେ ବସିବା ପରେ ଏବେ ବିରୋଧୀ ଆସନକୁ ଆସିଛି ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930