Indus Valley Times

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

 Breaking News

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ
February 11
18:15 2024

ଭୁବନେଶ୍ବର,୧୧/୨: ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି। ୯୫ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ।
ଏହାଛଡ଼ା ଭାରତୀୟ ରେଳସେବାରୁ ସେ ଅବସର ନେବା ପରେ ଦୈନିକ ଖବରକାଗଜ ‘ସମୟ’ର ବି ସଂପାଦକ ଥିଲେ। ୧୯୨୯ ମସିହାରେ ମୟୂରଭଞ୍ଜ ଜିଲ୍ଲାର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ।
ସାତକଡ଼ି ହୋତାଙ୍କ ବହୁ ଗଳ୍ପ, ଉପନ୍ୟାସ, କବିତା ପ୍ରକାଶିତ ହୋଇଛି। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ପ୍ରକାଶିତ ହୋଇଥିଲା।
୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନଜନକ ଶାରଳା ପୁରସ୍କାର ଲାଭ କରିଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ପ୍ରାପ୍ତ କରିଥିଲେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031