Indus Valley Times

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

 Breaking News

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

July 12
08:34 2021

ଭୁବନେଶ୍ୱର, ୧୨/୭: କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ଆୟୋଜନ ଜାରି ରହିଛି । ଶ୍ରୀକ୍ଷେତ୍ର ବ୍ୟତୀତ ଓଡ଼ିଶାର ଅନ୍ୟସ୍ଥାନଗୁଡ଼ିକରେ ରଥଯାତ୍ରାକୁ ଚଳିତ ବର୍ଷ ବାରଣ କରାଯାଇଛି । ପୂର୍ବରୁ ରଥଯାତ୍ରା ନେଇ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଥିଲେ । ସରକାରଙ୍କ ଗାଇଡଲାଇନକୁ ଦୃଷ୍ଟିରେ ରଖି ପୁରୀ ବ୍ୟତୀତ ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ନୀତିକାନ୍ତିର ଆୟୋଜନ କରାଯାଉଛି ।
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଜନସାଧାରଣ ତଥା ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ଆଶା କରୁଛି ଯେ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତ ଦେଶବାସୀଙ୍କ ଜୀବନ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟରେ ପରିପୂର୍ଣ୍ଣ ରହିବ ।

Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031