Legatus

ବୋରିଗୁମ୍ମା ସିରିଜ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ, ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

 Breaking News

January 26
19:01 2024

ଭୁବନେଶ୍ବର/ବୋରିଗୁମ୍ମା, ୨୬/୧: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ବିଜାପୁରରେ ଆଜି ଅପରାହ୍ଣ ସାଢ଼େ ୨ଟାରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନାଯୋଗ୍ୟ, ଛତିଶଗଡ଼ର ଏକ ସ୍କୋର୍ପିଓ ଯାତ୍ରୀବାହୀ ଅଟୋ ଓ ୨ଟି ବାଇକ୍କୁ ଧକ୍କା ଦେଇଥିଲା।। କୋରାପୁଟ ଜିଲ୍ଲା କୋଟପାଡରୁ ବୋରିଗୁମ୍ମା ଯାଇଥିବା ୬୩ ଜାତୀୟ ରାଜପଥ ଉପରେ ବିଜାପୁର ଗାଁରେ ଆଜି ଅପରାହ୍ଣ ପ୍ରାୟ ସାଢ଼େ ୨ ଟାରେ ଏହି ଦୁର୍ଘଟଣା ଘଟିଥିଲା। ଛତିଶଗଡ଼ ନମ୍ବର ଥିବା ସ୍କୋର୍ପିଓ ବୋରିଗୁମ୍ମା ଅଭିମୁଖେ ଯାଉଥିବା ବେଳେ ବିଜାପୁରରେ ପ୍ରଥମେ ଏକ ବାଇକ୍କୁ ଧକ୍କା ଦେଇ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିଲା। ଏହା ପରେ ସ୍କୋର୍ପିଓଟି ପୁଣି ଥରେ ଅନ୍ୟ ଏକ ବାଇକ୍କୁ ଧକ୍କା ଦେଇ ନିକଟସ୍ଥ ଏକ କଲଭର୍ଟ ଭିତରକୁ ପଶିଯାଇଥିଲା। ଅଟୋରେ ପ୍ରାୟ ୧୫ଜଣ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ତିନିଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକମାନଙ୍କ ମଧ୍ୟରୁ ୨ ଜଣ ଅଟୋର ଯାତ୍ରୀ ଥିବା ବେଳେ ତୃତୀୟ ବ୍ୟକ୍ତି ବାଇକ ଚାଳକ। ଆହତ ୧୦ ଜଣଙ୍କୁ ଜୟପୁର ଡାକ୍ତରଖାନାକୁ ନିଆଯାଇଥିବା ବେଳେ ସେଠାରୁ ଗୁରୁତରମାନଙ୍କୁ କୋରାପୁଟ ମେଡିକାଲ ସ୍ଥାନାନ୍ତରିତ କରାଯାଇଛି।
ଏହି ଦୁର୍ଘଟଣା ପରେ ସ୍କୋର୍ପିଓ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। କିନ୍ତୁ ସ୍କୋର୍ପିଓରେ ବସିଥିବା ଅନ୍ୟ ୪ ଜଣଙ୍କୁ ଗ୍ରାମବାସୀ ପୁଲିସରେ ଜିମା ଦେଇଥିଲେ। ପୁଲିସ ଦୁର୍ଘଟଣାଗ୍ରସ୍ତ ବାଇକ୍, ଅଟୋ ଓ ସ୍କୋର୍ପିଓକୁ ନିଜ ହେପାଜତକୁ ନେଇ ଘଟଣାର ତଦନ୍ତ କରୁଛି। ଅନ୍ୟପଟରେ ଉତ୍ତେଜିତ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଥିଲେ। ଫଳରେ ଜାତୀୟ ରାଜପଥର ଉଭୟ ପାର୍ଶ୍ବରେ ଶତାଧିକ ଯାନବାହନ ଦୀର୍ଘ ସମୟ ହେଲା ଅଟକି ରହିଥିଲା। ଲୋକଙ୍କୁ ବୁଝାସୁଝା କଲା ପରେ ରାସ୍ତାରୋକ ହଟିଥିଲା।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31