Indus Valley Times

ବୌଦ୍ଧ କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ : ୯୪ ଅଭିଯୋଗର ଶୁଣାଣୀ ହେଲା

 Breaking News

ବୌଦ୍ଧ କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ : ୯୪ ଅଭିଯୋଗର ଶୁଣାଣୀ ହେଲା

ବୌଦ୍ଧ କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ : ୯୪ ଅଭିଯୋଗର ଶୁଣାଣୀ ହେଲା
August 17
21:30 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୭/୮ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ଆଜିର ଶିବିରରେ ୮୮ ଗୋଟି ବ୍ୟକ୍ତିଗତ ଓ ୦୬ ଟି ଗୋଷ୍ଠିଗତ ଏଭଳି ମୋଟ ୯୪ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ ।
୨୭ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା । ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
୪ ଜଣ ଅସହାୟଙ୍କୁ ୨୫୦୦୦ ଟଙ୍କା ତତ୍କାଳ ସହାୟତା ରେଡ୍ କ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିଲା । ଏହି ଅବସରରେ କଣ୍ଟାମାଳ ପଞ୍ଚାୟତ ପ୍ରାଙ୍ଗଣରେ ଏକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା ।
ଏଥିରେ ୧୮୯ ଜଣ ଦିଵ୍ୟାଙ୍ଗ ରେଜିଷ୍ଟ୍ରେସନ କରିଥିଲେ । ଏମାନଙ୍କ ମଧ୍ୟରୁ ଭିନ୍ନକ୍ଷମ ସାଟିର୍ଫିକେଟ- ୮୬ଜଣ , ଭିନ୍ନକ୍ଷମ ଭତ୍ତା ୦୬ ଜଣ ,ବିଧବା ଭତ୍ତା ୦୫ , ଫ୍ରୀ ବସ ପାସ ୧୨ ଜଣ ଓ ହୁଇଲ ଚେୟାର ୦୩ ଜଣଙ୍କୁ ପ୍ରଦାନ କରାଯାଇଥିଲା।
ବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ଆସିଷ୍ଟାଣ୍ଟ କଲେକ୍ଟର ଜ୍ୟୋତିରଞ୍ଜନ ଭୁଏ, ସୁଶ୍ରୀ ରଶ୍ମୀ ରେଖା ନାୟକ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ଏହି ଅବସରରେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵସ୍ଥିସେବା ଶିବିର ଆୟୋଜନ କରାଯାଇଥିଲା ।
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031