Indus Valley Times

ବୌଦ୍ଧ ଜିଲ୍ଲାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲ୍ଲାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

August 04
10:34 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୪/୮ : ବୌଦ୍ଧ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନା ଯୁଗ୍ମ ଭାବରେ ଏହି ଶିବିରରେ ଜନ ସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ଶୁଣାଣି ଓ ସମାଧାନ କରିଥିଲେ ।
ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଶିବିରରେ ମୋଟ ୮୦ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୭୬ଟି ବ୍ୟକ୍ତିଗତ ଏବଂ ୪ଟି ସାମୂହିକ ଅଭିଯୋଗ ଥିଲା । ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୨୨ଟିର ତୁରନ୍ତ ସମାଧାନ କରାଯାଇଥିଲା । ଏଥିସହ ରେଡ଼କ୍ରସ ପାଣ୍ଠିରୁ ୫ ଜଣ ଅସହାୟଙ୍କୁ ୧୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଯୋଗାଇ ଦିଆଯାଇଛି ।
ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ଗ୍ରାମ, ସହର, ବସତି ମାନଙ୍କରେ ପାନୀୟ ଜଳ ଯୋଗାଣ, ରାସ୍ତା ମରାମତି ଓ ଜଳବନ୍ଦୀ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ସମୟାନୁବର୍ତ୍ତିତା ସହିତ ସମର୍ପିତ ଭାବରେ ଜନସାଧାରଣଙ୍କୁ ସମସ୍ତ ମୌଳିକ ସେବା ଯୋଗାଇ ଦେବା ପାଇଁ ସେ ସମସ୍ତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଥିଲେ ।
ଆସିଷ୍ଟାଣ୍ଟ କଲେକ୍ଟର ଜ୍ୟୋତିରଞ୍ଜନ ଭୁଏ, ରଶ୍ମିରେଖା ନାୟକ, ଅତିରିକ୍ତ ତହସିଲଦାର ମହମ୍ମଦ ରଜାଏ ରସୁଲ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ଶିବିରରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031