Indus Valley Times

ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି; ୧୧ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ

 Breaking News

ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି; ୧୧ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ

May 31
12:21 2022

ଝାରସୁଗୁଡ଼ା, ୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଦିନ ୧୧ ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ପକ୍ଷରୁ ମଙ୍ଗଳବାର ଦିନ ସୂଚନା ଦିଆଯାଇଛି । ପୂର୍ବରୁ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିଲା ।
ସୂଚନା ଅନୁଯାଇ, ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ ଚାଲିବ । ୧୧ ଜଣ ପ୍ରାର୍ଥୀଙ୍କୁ ଭୋଟ୍ ଦେବେ ୨ଲକ୍ଷ ୧୪ହଜାର ୮୭୮ ଭୋଟର। ଭୋଟ ଗ୍ରହଣ ପାଇଁ ୨୭୯ ବୁଥ ହୋଇଛି । ଏଥର ୬୦ଟି ବୁଥ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଥିବା ବେଳେ ସେସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଭିଡିଓଗ୍ରାଫି କରାଯାଉଛି । ଭୋଟ୍ ଗ୍ରହଣ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ହୋଇଛି । ଏଥର ବୁଥ୍ରେ କେନ୍ଦ୍ରୀୟ ସୁରକ୍ଷା ବାହିନୀର ଯବାନ ମୁତୟନ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930