Indus Valley Times

ଭଲ ଖବର: ରାଜ୍ୟରୁ ସୁସ୍ଥ ହେଲେ ୭୭୨ କରୋନା ଆକ୍ରାନ୍ତ

 Breaking News

ଭଲ ଖବର: ରାଜ୍ୟରୁ ସୁସ୍ଥ ହେଲେ ୭୭୨ କରୋନା ଆକ୍ରାନ୍ତ

ଭଲ ଖବର: ରାଜ୍ୟରୁ ସୁସ୍ଥ ହେଲେ ୭୭୨ କରୋନା ଆକ୍ରାନ୍ତ
July 31
20:52 2020

ଭୁବନେଶ୍ୱର,୩୧/୭: ଶୁକବାର ଦିନ ରାଜ୍ୟରୁ ୭୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୨ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୧୦ଜଣ ଲେଖାଏଁ, ବରଗଡ଼ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବୌଦ୍ଧ, ଜଗସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ଏବଂ ଅନୁଗୁଳ, ନୟାଗଡ଼ ଓ ସୋନପୁର ଆଦି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ନୂଆ ସୁସ୍ଥଙ୍କ ମିଶାଇଲେ ରାଜ୍ୟରେ ଏଯାବତ ୨୦୫୧୭ଜଣ ସୁସ୍ଥ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031