Indus Valley Times

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୮୧ କରୋନା ଆକ୍ରାନ୍ତ

 Breaking News

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୮୧ କରୋନା ଆକ୍ରାନ୍ତ

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୮୧ କରୋନା ଆକ୍ରାନ୍ତ
July 27
23:43 2020

ଭୁବନେଶ୍ୱର,୨୭/୭: ସୋମବାର ଦିନ ରାଜ୍ୟରୁ ଆଉ ୫୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରାଯାଇଛି।
ଗଞ୍ଜାମ ଜିଲ୍ଲାରୁ ୧୬୦ଜଣ କରୋନା ପଜିଟିଭ୍ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୪୩ ଜଣ, କଟକ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୭ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୯ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଢ଼େଙ୍କାନାଳ ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, ଦେବଗଡ଼ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, କୋରାପୁଟ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୧୭,୩୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031