Indus Valley Times

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍

 Breaking News

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍
November 02
12:22 2022

ଯାଜପୁର ,୨।୧୧ : ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍। ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ୧୬ନମ୍ବର ଜାତୀୟ ରାଜପଥର ସାହାପୁର ନିକଟରେ ଘଟିଛି ଏହି ଦୁର୍ଘଟଣା ।
ଖବର ଅନୁଯାୟୀ, ମୟୁରଭଞ୍ଜରୁ ୪୦ଜଣ ଯାତ୍ରୀଙ୍କୁ ନେଇ ଶାନ୍ତିଲତା ନାମକ ଏକ ଘରୋଇ ବସ ଭୁବନେଶ୍ୱର ଯାଉଥିଲା ।ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହି ବସ ଭାରସାମ୍ୟ ହରାଇ ଡିଭାଇଡ଼ରରେ ପିଟିହୋଇ ରାସ୍ତା ତଳକୁ ଓଲଟି ପଡିଥିଲା।
ଫଳରେ ବସରେ ଥିବା ୪୦ରୁ ଅଧିକ ଯାତ୍ରୀଙ୍କ ମଧ୍ୟରୁ କେତେକ ସାମାନ୍ୟ ଆହତ ହେବା ସହ ୬ଜଣ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ପାଣିକୋଇଲି ପାଟ୍ରୋଲିଂ ପୋଲିସ ଓ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ । ଏହାପରେ ପ୍ରାଥମିକ ଚିକିତ୍ସା କରିବା ସହ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031