Legatus

ଭିଜିଲାନ୍ସ ଜାଲରେ ହସ୍ପିଟାଲ ଅଧ୍ୟକ୍ଷ, ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ଚଢାଉ

 Breaking News

ଭିଜିଲାନ୍ସ ଜାଲରେ ହସ୍ପିଟାଲ ଅଧ୍ୟକ୍ଷ, ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ଚଢାଉ

November 09
11:48 2023

ବଲାଙ୍ଗୀର,୯/୧୧: ବଲାଙ୍ଗୀର ଆୟୁର୍ବେଦିକ କଲେଜ ଅଧ୍ୟକ୍ଷଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ବଲାଙ୍ଗୀର ଅଫିସ୍ ଓ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଜାରି ରହିଛି। ସୂଚନା ଅନୁଯାୟୀ, ପୁରୀ ଜିଲ୍ଲାରେ ଥିବା ୪ଟି ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରୁଛି। ଏଣେ ସୁଦର୍ଶନ ବେହେରାଙ୍କ ସମ୍ବଲପୁର ସ୍ଥିତ ପତ୍ନୀଙ୍କ କ୍ୱାର୍ଟର୍ସରେ ବି ଚଢ଼ଉ ଚାଲିଛି।
ଭୁବନେଶ୍ବର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ ର କ୍ଷମତା ବଳରେ ୮ ଜଣ ଡିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ ଚାଲିଛି।
ପୁରୀ ସମ୍ବଲପୁର ଏବଂ ବଲାଙ୍ଗୀର ଜିଲ୍ଲାର ନିମ୍ନଲିଖିତ ୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି ରଖିଛି। ସୁଦର୍ଶନ ବେହେରାଙ୍କ ବଲାଙ୍ଗୀରର ଅଫିସ, ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଜୟପୁର ପୈତୃକ ଗାଁ, ସତ୍ୟବାଦୀ ଥାନା ନାହାଳ, କାଶୀହରିପୁର, ସିମିଳି ସୋରିଷିଆପଦାରେ ଥିବା ସଂପର୍କୀୟଙ୍କ ଗାଁ ସମ୍ବଲପୁର ସ୍ଥିତ ସିଆରପିଏଫ୍ କ୍ୟାମ୍ପସରେ ଥିବା ପତ୍ନୀଙ୍କ କ୍ୱାର୍ଟର୍ସରେ ଚଢ଼ଉ କରୁଛି ଭିଜିଲାନ୍ସ। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930