Legatus

ଭିଜିଲାନ୍ସ ପଞ୍ଝାରେ ସିଡିପିଓ, ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

 Breaking News

ଭିଜିଲାନ୍ସ ପଞ୍ଝାରେ ସିଡିପିଓ, ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

August 05
17:59 2023

ଜଗତସିଂହପୁର,୫/୮: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝାରସୁଗୁଡ଼ା (ଅର୍ବାନ) ସିଡିପିଓ ସରୋଜିନୀ ଏକ୍କା। ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।
ସିଡିପିଓ ସରୋଜିନୀ ଏକ୍କାଙ୍କ ଠାରୁ ଭିଜିଲାନ୍ସ ଅଧିକାରୀମାନେ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି। ସରୋଜିନୀ ଏକ୍କା ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି।
ଏହି ମାମଲାରେ ରାଉରକେଲା ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଛି। ମାମଲାର ତଦନ୍ତ ଜାରି ରହିଛି।
ଗତକାଲି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଜଗତସିଂହପୁର ଜିଲ୍ଲା ଏରସମା ତହସିଲର ଗୋଡ଼ା ରାଜସ୍ୱ ନିରୀକ୍ଷକ (ଆରଆଇ) ନୃସିଂହ ଚରଣ ରାଉତ। ଏକ ଜମିର ମ୍ୟୁଟେସନ ପାଇଁ ସେ ଜଣେ ବ୍ୟକ୍ତିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930