Indus Valley Times

ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା

 Breaking News

ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା

ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
October 22
13:19 2020

ଭୁବନେଶ୍ୱର ୨୨/୧୦: ବଳ ଜୁଟାଉଛି ଲଘୁଚାପ । ଏହା ଭୀଷଣ ଅବପାତ (ଡିପ୍ ଡିପ୍ରେସନ୍) ରୂପ ନେଇପାରେ । ଏହା ଓଡ଼ିଶା ଆସିବ ନାହିଁ । ଯିବ ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶକୁ । କିନ୍ତୁ, ଓଡ଼ିଶା ଉପକୂଳ ପାଖ ଦେଇ ଆଗକୁ ବଢ଼ିବ। ତେଣୁ ଓଡ଼ିଶାରେ ଆହୁରି ଦୁଇଦିନ ବର୍ଷା କରାଇବ। ବିଶେଷ କରି ଆଜି ଉପକୂଳ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ରହିଛି।
ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ (ୱେଲ୍ ମାର୍କଡ) ଅବସ୍ଥାରେ ଅଛି । ଆସନ୍ତା ୨୪ ଘଣ୍ଟା ଭିତରେ ଅବପାତ (ଡିପ୍ରେସନ) ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଆହୁରି ଘନୀଭୂତ ହୋଇ ଭୀଷଣ ଅବପାତ (ଡିପ୍ ଡିପ୍ରେସନ୍) ହେବା ସମ୍ଭାବନା ଅଛି । ଗୁରୁବାର ପର‌୍ୟ୍ୟନ୍ତ ଏହା ଉତ୍ତର ପଶ୍ଚିମ ଦିଗରେ ଗତିି କରିବ । ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗରେ ଆଗକୁ ବଢ଼ିବ । ସମ୍ଭବତଃ ୨୪ ତାରିଖ ସକାଳେ ଅବପାତ ଅବସ୍ଥାରେ ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ।
ଏହା ପ୍ରଭାବରେ ବୁଧବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଗୁରୁବାର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଲଗାଣ ବର୍ଷା ଯୋଗୁ ତଳି ଅଞ୍ଚଳରେ ପାଣି ପଶିବା ସହ କେତେକ ଜାଗାରେ ଭୂସ୍ଖଳନ ହୋଇପାରେ । ଏହାବାଦ୍ ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି।
ଶୁକ୍ରବାର ଉପକୂଳ ଓଡ଼ିଶାର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ । ଶନିବାରଠାରୁ ବର୍ଷା ପରିମାଣ କମିବ । ତଥାପି କିଛି କିଛି ଜାଗାରେ ବର୍ଷା ସମ୍ଭାବନା ଅଛି ।

-News7

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031