Indus Valley Times

ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

 Breaking News

ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
July 28
19:15 2020

ଭୁବନେଶ୍ୱର ୨୮/୭: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ । ଭିଡ଼ିଓ କନଫରେନ୍ସଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହି ଉଦଘାଟନ କରିଛନ୍ତି। ଏହାସହ ପ୍ଲାଜମା ସମ୍ପର୍କିତ ଭିଡ଼ିଓ ଚିତ୍ରକୁ ମଧ୍ୟ ଉଦଘାଟନ କରିଛନ୍ତି। ପ୍ଲାଜମା ଦାନ ପାଇଁ ପୋର୍ଟାଲ ଓ ପୁସ୍ତିକାର ମଧ୍ୟ ଉନ୍ମୋଚନ କରାଯାଇଛି । ଏହା ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ପୁର୍ବରୁ ଏସସିବି ସମେତ ୩ଟି କୋଭିଡ଼ ହସ୍ପିଟାଲରେ ଏହି ବ୍ୟବସ୍ଥା କାର‌୍ୟ୍ୟକ୍ଷମ ହୋଇଛି ।ପ୍ଲାଜମା ବ୍ୟାଙ୍କ ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଏବେ ୪ଟି ଜାଗାରେ ପ୍ଲାଜମା ବ୍ୟାଙ୍କ ହୋଇସାରିଛି । ପ୍ଲାଜମା ଥେରାପିରୁ ସୁଫଳ ମିଳୁଥିବା ଦେଖିବାକୁ ମିଳୁଛି । ଆଗକୁ ଆହୁରି ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରାଯିବ । ଆଗାମୀ ଦିନରେ ଆଇଜିଏଚ, ଭୀମସାର ଓ ଏମକେସିଜିରେ ପ୍ଲାଜମା ବ୍ୟାଙ୍କ କରାଯିବ । ରାଜ୍ୟର କାହାରିକୁ ଚିକିତ୍ସା ସୁବିଧାରୁ ବଞ୍ଚିତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031