Indus Valley Times

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

 Breaking News

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
July 14
19:02 2025

ଭୁବନେଶ୍ୱର,୧୪/୭: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଏହାପରେ ସେ ଏମ୍ସ ଯାଇଥିଲେ ।
ଆଜି ଏମ୍ସର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି । ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ବ୍ୟତୀତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଭୁବନେଶ୍ୱର ସାଂସଦ ଓ ଅନ୍ୟ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ରହିଛନ୍ତି । ଆଜି ରାଷ୍ଟ୍ରପତି ଏମ୍ସର ୬୪୩ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ୍ ପ୍ରଦାନ କରିବେ । ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବେ।
ସେହିପରି ଆସନ୍ତାକାଲି (୧୫ ତାରିଖ) ପୂର୍ବାହ୍ନରେ ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ସେ କଟକର ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
ଅପରାହ୍ନରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯାଇ ଆଦିକବି ସାରଳା ଦାସଙ୍କ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ହେବାକୁ ଥିବା ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହିତ କଳିଙ୍ଗ ପୁରସ୍କାର ୨୦୨୪ ପ୍ରଦାନ କରିବେ। ମଙ୍ଗଳବାର ସନ୍ଧ୍ୟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର‌୍ୟ୍ୟକ୍ରମ ରହିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930