Indus Valley Times

ଭୁବନେଶ୍ୱରର ପ୍ରଥମ ମେୟର ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ

 Breaking News

ଭୁବନେଶ୍ୱରର ପ୍ରଥମ ମେୟର ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱରର ପ୍ରଥମ ମେୟର ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ
June 14
11:35 2023

ଭୁବନେଶ୍ବର,୧୪/୬: ଭୁବନେଶ୍ବର ପୌର ନିଗମର ପ୍ରଥମ ମେୟର୍ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ସକାଳେ ତାଙ୍କର ସହିଦ ନଗରସ୍ଥିତ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।
ସେ ଜଣେ ସମାଜସେବୀ ଓ ରାଜନେତା ତଥା ଚିକିତ୍ସକ ଭାବେ ବେଶ ଜଣାଶୁଣା ଥିଲେ। ତାଙ୍କର ଧର୍ମପତ୍ନୀ ଡକ୍ଟର ସଂଘମିତ୍ରା ମିଶ୍ର ଓଡ଼ିଶାର ଜଣେ ବିଶିଷ୍ଟ ସାହିତ୍ୟିକା। ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ପୈତୃକ ଗ୍ରାମ କଟକ ଜିଲ୍ଲା ଖଣ୍ଡ ସାହିରେ। ସେ ଏମବିବିଏସ୍ ପରେ ଏମଡି କରିଥିଲେ। ସହିଦ ନଗରରେ ସେ ଏକ ଡାକ୍ତରଖାନା ପ୍ରତିଷ୍ଠା କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031