Indus Valley Times

ଭୁବନେଶ୍ୱର ମହାନଗର ନିଗମରୁ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ୩୩୯ ଜଣ

 Breaking News

ଭୁବନେଶ୍ୱର ମହାନଗର ନିଗମରୁ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ୩୩୯ ଜଣ

July 11
19:25 2021

ଭୁବନେଶ୍ୱର, ୧୧/୭: ଭୁବନେଶ୍ୱରରେ ବଢୁଛି ସୁସ୍ଥ ସଂଖ୍ୟା, କମୁଛି ସଂକ୍ରମଣ । ଗତକଲି ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଥିବା ବେଳେ ଶୁକ୍ରବାର ଏହି ସଂଖ୍ୟା ଟିକେ ବଢିଛି । ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪ ଥିବା ବେଳେ ଶୁକ୍ରବାର ଏହି ସଂଖ୍ୟା ବଢିଛି ଏବଂ ସୁସ୍ଥ ସଂଖ୍ୟା ମଧ୍ୟ ବଢିଛି । ଶୁକ୍ରବାର ଭୁବନେଶ୍ୱରରୁ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି । ଶୁକ୍ରବାର ଭୁବନେଶ୍ୱରରେ ୩୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
୩୧୬ ମଧ୍ୟରୁ ସଂଗରୋଧରୁ ୬୭ ଓ ସ୍ଥାନୀୟ ଅଂଚଳରୁ ୨୪୯ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।
କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୭୦୭ ରେ ପହଂଚିଛି । ଏଥିରୁ ୯୨୦୧୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୧୧୫୭ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031