Indus Valley Times

ମଙ୍ଗଳବାର ପୂର୍ବରୁ ୪୮ଲକ୍ଷ ହିତାଧିକାରୀଙ୍କୁ ମିଳିବ ଶୀତ ସହାୟତା

 Breaking News

ମଙ୍ଗଳବାର ପୂର୍ବରୁ ୪୮ଲକ୍ଷ ହିତାଧିକାରୀଙ୍କୁ ମିଳିବ ଶୀତ ସହାୟତା

November 25
20:15 2022

ଭୁବନେଶ୍ବର,୨୫/୧୧: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଜି ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।
ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ୍ ହିତାଧିକାରୀମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର‌୍ୟ୍ୟାଳୟ ଓ ସ୍କୁଲ ଘର ଗୁଡିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବାପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିସନର ପି.କେ. ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031