Indus Valley Times

ମମିତା ମେହରଙ୍କୁ ନ୍ୟାୟ ଦାବିରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା

 Breaking News

ମମିତା ମେହରଙ୍କୁ ନ୍ୟାୟ ଦାବିରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା

October 21
09:09 2021

ବଲାଙ୍ଗୀର, ୨୧/୧୦ : ଗୁରୁବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେପି। ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍ ଥିବା ନେଇ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ସହ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜେପି ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି।
ଆଜି ସକାଳୁ ଯାନବାହନ ଚଳାଚଳ ବନ୍ଦ ରହିଥିବାର ଖବର ମିଳିଛି। ଠିକ୍ ସେହିପରି ଦୋକାନବଜାର ବନ୍ଦ ରହିଥିବାର ମଧ୍ୟ ସୂଚନା ମିଳିଛି। ଏହାଛଡ଼ା ସ୍କୁଲ, କଲେଜ ଓ ଅଫିସ୍ ସବୁ କିଛି ବନ୍ଦ କରାଯିବ ବୋଲି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି। ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଖବର ମିଳିଛି।
ମମିତାଙ୍କୁ ନ୍ୟାୟ ଦିଆଯାଉ ବୋଲି ବିଜେପି ଦାବି କରିବା ସହ ଘଟଣାର ସିବିଅଆଇ ତଦନ୍ତ ଏବଂ ତୁରନ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରାଯାଉ ବୋଲି ଜିଲ୍ଲା ସଭାପତି କହିଛନ୍ତି। ଜରୁରୀକାଳୀନ ସେବାକୁ ଛାଡ଼ିଦେଲେ ବାକି ସବୁ ବନ୍ଦ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଅନ୍ୟପଟେ ଏସ୍ୟୁସିଆଇ (କମ୍ୟୁନିଷ୍ଟ) ବଲାଙ୍ଗୀର ଜିଲ୍ଲା ଶାଖା ପକ୍ଷରୁ ମଧ୍ୟ ବନ୍ଦ ଡାକରା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031