Legatus

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

 Breaking News

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି
March 18
18:48 2024

କଟକ, ୧୮/୩: ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ।
ସୂଚନାଯୋଗ୍ୟ, ଜନ ପ୍ରତିନିଧି ଆଇନର ଧାରା ୧୫୧-କ ଅନୁସାରେ ୯୦-ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ଖାଲି ପଡ଼ିଛି (କାଜୁଆଲ ଭାକନ୍ସି) ବୋଲି ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁ ତାଙ୍କ ରାୟରେ ଉଲ୍ଲେଖ କରିଥିଲେ। ୨୦୧୯ ନିର୍ବାଚନରେ ମୋକିମଙ୍କ ଠାରୁ ନିର୍ବାଚନରେ ହାରି ଯାଇଥିବା ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ରୁଜୁ ମାମଲାର ଶୁଣାଣି କରି ଜଷ୍ଟିସ ସଙ୍ଗମ କୁମାର ସାହୁ ୬୯୩ ପୃଷ୍ଠାର ଏହି ରାୟ ପ୍ରକାଶ କରିଥିଲେ।
ଉଲ୍ଳେଖଯୋଗ୍ୟ ଯେ ୨୦୧୯ ନିର୍ବାଚନ ସମୟରେ ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ନିର୍ଦ୍ଧାରିତ ନିୟମ ଅନୁଯାୟୀ ଦାଖଲ ହୋଇନଥିଲା। ଜନ ପ୍ରତିନିଧି ଆଇନର ଧାରା ୩୩, କଣ୍ଡକ୍ଟ ଅଫ୍ ଇଲେକ୍ସନ ରୁଲ୍ସ, ୧୯୬୧ର ନିୟମ ୪ ଓ ଭାରତର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶନାମା ଉଲ୍ଳଂଘନ କରି ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିଲେ। ଶ୍ରୀ ମୋକିମ ନାମାଙ୍କନପତ୍ରରେ ଆବଶ୍ୟକ ତଥ୍ୟ ଉଲ୍ଲେଖ କରି ନଥିଲେ। ଜନପ୍ରତିନିଧି ଆଇନର ଧାରା ୩୬ରେ ପ୍ରଦତ୍ତ କ୍ଷମତା ଅନୁସାରେ ଯାଞ୍ଚ ସମୟରେ ରିଟର୍ଣ୍ଣିଂ ଅଫିସର ଶ୍ରୀ ମୋକିମଙ୍କ ନାମାଙ୍କନପତ୍ର ଖାରଜ କରିବା ଉଚିତ ଥିଲା। ନାମାଙ୍କନ ବେଳେ ଶ୍ରୀ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୧୩ଟି ଅପରାଧିକ ମାମଲା ସଂକ୍ରାନ୍ତରେ ଉପଯୁକ୍ତ ତଥ୍ୟ ଓ ସଂପୂର୍ଣ୍ଣ ଘୋଷଣାନାମା ଦେଇ ନଥିଲେ। ଏଭଳି ସ୍ଥିତିରେ ୯୦-ବାରବାଟୀ-କଟକ ବିଧାନସଭା ଆସନରୁ ଶ୍ରୀ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31