Legatus

ମାଆ କୀଚକେଶ୍ୱରୀଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

 Breaking News

ମାଆ କୀଚକେଶ୍ୱରୀଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

February 28
16:29 2024

ଭୁବନେଶ୍ବର, ୨୮/୨: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା ପରେ ମା’ କିଚକେଶ୍ବରୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି।
ଏହା ପୂର୍ବରୁ ଖିଚିଂରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ବ୍ୟାପକ ପ୍ରସ୍ତୁତ କରାଯାଇଥିଲା। ଖିଚିଂର ମା’ କିଚକେଶ୍ୱରୀଙ୍କ ମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ପ୍ରସାଦ ସେବନର ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ପ୍ରସାଦରେ ରହିଛି ଖେଚୁଡ଼ି, କାନିକା, ଅରୁଆ ଭାତ, ବେଶର, ଲେଉଟିଆ ସାଗ, ଖଟା, ପାଏସ, କ୍ଷୀରା ଓ ବଡ଼ି ଚୁୁରା। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ରଘୁବର ଦାସ ମଧ୍ୟ ପ୍ରସାଦ ସେବନ କରିବେ।
ଖିଚିଂରେ ମା’ କିଚକେଶ୍ୱରୀଙ୍କୁ ଦର୍ଶନ କରିବା ପରେ ସେଠାରୁ ପାଣ୍ଡରଶୀଳସ୍ଥ ଅସ୍ଥାୟୀ ହେଲିପ୍ୟାଡରୁ ରାଇରଙ୍ଗପୁର ନିକଟସ୍ଥ ଦାଣ୍ଡବୋଷ ଏୟାରଷ୍ଟ୍ରିପରେ ୪.୪୫ରେ ଅବତରଣ କରିବା ପରେ ୦୫.୧୫ରେ ରାଇରଙ୍ଗପୁର ନିକଟସ୍ଥ ମହୁଲଡ଼ିହା କେନ୍ଦ୍ରୀୟ ବିଦ୍ୟାଳୟ ପାର୍ଶ୍ବରେ କେନ୍ଦ୍ର ସରକାରଙ୍କ ଦ୍ୱାରା ନିର୍ମିତ ସତନ୍ତ୍ର ହୋଲିଡେ ହୋମ୍ର ଶିଳାନ୍ୟାସ କରିବେ।
ସେହି ସ୍ଥାନରୁ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର‌୍ୟ୍ୟନ୍ତ ୨୨୦ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ଓ ପ୍ରଶକ୍ତୀକରଣ ପ୍ରକଳ୍ପର ଶିଳାନ୍ୟାସ, ବାଇଦାପୋଷି ନିକଟରେ ଉପଖଣ୍ଡରେ କ୍ରୀଡାର ଭିତ୍ତିଭୂମିର ବିକାଶ ପାଇଁ ସ୍ପୋର୍ଟସ କମ୍ପଲେକ୍ସ ଓ ଏସଟି ଏସ୍ସି ରିସର୍ଚ୍ଚ ସେନ୍ଟର୍ (ଆଦିବାସୀ ସଂଗ୍ରହାଳୟ) ନିର୍ମାଣ ନିମନ୍ତେ ଅଭାଷୀ ଜରିଆରେ ଶିଳାନ୍ୟାସ କରିବେ, ତାସହିତ ବଡସାହିସ୍ଥ ଏକଲବ୍ୟ ଆବାସିକ ବିଦ୍ୟାଳୟର ଶିଳାନ୍ୟାସ ମଧ୍ୟ ଆଭାଷୀ ମାଧ୍ୟମରେ କରିବେ ବୋଲି ସୂଚନା ମିଳିଛି। ପରେ ସନ୍ଧ୍ୟା ୬ ଘଟିକାରେ ମହୁଲଡିହାସ୍ଥିତ ପୂର୍ତ୍ତ ବିଭାଗର ଡାକବଙ୍ଗଳାରେ ସନ୍ଧ୍ୟା ୬.୩୦ରୁ ୭ଟା ପର‌୍ୟ୍ୟନ୍ତ କିଛି ବ୍ୟକ୍ତିବିଶେଷଙ୍କ ସହିତ ସାକ୍ଷାତ କରିବାର କାର‌୍ୟ୍ୟକ୍ରମ ରହିଛି। ସାକ୍ଷାତ କାର‌୍ୟ୍ୟକ୍ରମ ପରେ ମହୁଲଡିହାସ୍ଥ ନିଜ ବାସଭବନରେ ପରିବାର ସହିତ ରାତ୍ରଭୋଜନ କରିବା ପରେ ରାତ୍ରୀଯାପନ କରିବେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31