Indus Valley Times

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ: ଉଭୟଙ୍କ ମଧ୍ୟରେ ଗୁଳିବିନିମୟ , ସର୍ଚ୍ଚ ଅପରେସନ ଜୋରଦାର

 Breaking News

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ: ଉଭୟଙ୍କ ମଧ୍ୟରେ ଗୁଳିବିନିମୟ , ସର୍ଚ୍ଚ ଅପରେସନ ଜୋରଦାର

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ: ଉଭୟଙ୍କ ମଧ୍ୟରେ ଗୁଳିବିନିମୟ , ସର୍ଚ୍ଚ ଅପରେସନ ଜୋରଦାର
May 24
23:26 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା,୨୪/୫: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ ।
ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିବା ପରେ ମାଓବାଦୀ ମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରୁ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗୁରୁତର ଆହତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି
ତେବେ ଏଯାବତ୍ କାହାର ମୃତାହତ ଖବର ସ୍ପଷ୍ଟ ହୋଇପାରିନାହିଁ । ସେପଟେ କିଛିଦିନର ନିରବତା ପରେ କନ୍ଧମାଳରେ ଲାଲ୍ ବାହିନୀ ପୁଣିଥରେ ନିଜର ସ୍ଥିତି ଜାହିର କରୁଛି । ଅନ୍ୟପଟେ ଏହି ଗୁଳିବିନିମୟ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031