Indus Valley Times

ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ଏନକାଉଣ୍ଟର : ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ

 Breaking News

ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ଏନକାଉଣ୍ଟର : ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ

January 30
12:30 2022

ମାଲକାନଗିରି ୩୦/୧: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୁକମା ଜିଲ୍ଲା ଚିନ୍ତଲନାର ଥାନା ଅନ୍ତର୍ଗତ ତିମାପୁରମ ଅଞ୍ଚଳରେ ମାଓ କ୍ୟାମ୍ପ ଚାଲିଥିବା ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଡିଆରଜି ବାହିନୀ ଓ ସିଆରପିଏଫ କୋବ୍ରା ଯବାନଙ୍କ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ମିଳିତ କମ୍ବିଂ ଅପରେସନ ।
ଯବାନଙ୍କୁ ଆସିବା ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ ପରେ ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ପ୍ରାୟ ଏକ ଘଣ୍ଟା ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ପରେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ସେଠାରୁ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ବନ୍ଧୁକ ଓ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ ହୋଇଛି । ଘଟଣାସ୍ଥଳରେ ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031