Indus Valley Times

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ ବଢ଼ିଲା

 Breaking News

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ ବଢ଼ିଲା

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ ବଢ଼ିଲା
March 11
11:40 2024

ଭୁବନେଶ୍ବର, ୧୧/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର‌୍ୟ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି।
ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।
ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର‌୍ୟ୍ୟକ୍ରମକୁ କ୍ରିୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର‌୍ୟ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।
ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର‌୍ୟ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ।
ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର‌୍ୟ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ। ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031