Indus Valley Times

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବିଜୁ ପଟ୍ଟନାୟକଙ୍କ କ୍ରୀଡା ପୁରସ୍କାର ନାଁ ବଦଳିବନି

 Breaking News

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବିଜୁ ପଟ୍ଟନାୟକଙ୍କ କ୍ରୀଡା ପୁରସ୍କାର ନାଁ ବଦଳିବନି

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବିଜୁ ପଟ୍ଟନାୟକଙ୍କ କ୍ରୀଡା ପୁରସ୍କାର ନାଁ ବଦଳିବନି
July 21
11:46 2024

ଭୁବନେଶ୍ବର, ୨୧/୭: ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ ହେବନି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।
ଏହି କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ କରାଯାଇ ରାଜ୍ୟ କ୍ରୀଡ଼ା ପୁରସ୍କାର କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ତେବେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏଭଳି ଆଲୋଚନା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ଯୋଜନା ନାହିଁ। ବିଜେପି ସରକାର ରାଜ୍ୟର ବରପୁତ୍ରମାନଙ୍କୁ ସମ୍ମାନ ପ୍ରଦାନ କରିଥାନ୍ତି।
ଏଥିରେ କୌଣସି ଦ୍ବିମତ ନାହିଁ। ପୂର୍ବପରି ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଜାରି ରହିବ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ସମ୍ମାନ ଜଣାଇବା ପାଇଁ ୨୦୦୧-୨୦୦୨ ମସିହାରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା। ଏହା କ୍ରୀଡ଼ା କ୍ଷେତ୍ରରେ କ୍ରୀଡ଼ାବିତ୍ଙ୍କର ଅତୁଳନୀୟ ଅବଦାନକୁ ସ୍ୱୀକୃତି ଦେବା ପାଇଁ ଉଦ୍ଦିଷ୍ଟ ।
ଅଗଷ୍ଟ ୨୯ରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ଏହି ପୁରସ୍କାର ଚାରୋଟି ଭିନ୍ନ ଶ୍ରେଣୀରେ କ୍ରୀଡା ଏବଂ ଖେଳର ଉଲ୍ଲେଖନୀୟ ପ୍ରଦର୍ଶନ, କ୍ରୀଡ଼ା ଏବଂ ଖେଳର ପ୍ରୋତ୍ସାହନରେ ଆଜୀବନ ସଫଳତା, କୋଚିଂରେ ଉତ୍କର୍ଷତା ଏବଂ କ୍ରୀଡ଼ା ସାମ୍ବାଦିକତା କ୍ଷେତ୍ରରେ ଉତ୍କର୍ଷତା ପାଇଁ ପ୍ରଦାନ କରାଯାଇଥାଏ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930