Indus Valley Times

ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ମୁନିଗୁଡା ବ୍ଲକରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
March 09
20:26 2026

ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟ

ମୁନିଗୁଡା/ରାୟଗଡ, ୯/୩ : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକାରୀ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ।
ଆଜି ମୋଟ ୭୩ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୫୭ ବ୍ୟକ୍ତିଗତ,୧୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଜି ରେଡ଼କ୍ରସ ପାଣ୍ଠିରୁ ଜଣକା ୨୦ ହଜାର ହିସାବରେ ତିନି ଜଣଙ୍କୁ ୬୦ହଜାର, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦୁଇ ଜଣଙ୍କୁ ୪୦ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ ।
ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଅବକାରୀ ନିରିକ୍ଷକ ସନ୍ତୋଶ କୁମାର ଧଳ ସାମନ୍ତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ମୁନିଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତିଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁନିଗୁଡା ତହସିଲଦାର ଏମ ଅନୁରାଧା, ମୁନିଗୁଡା ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31