Indus Valley Times

ମୟୂରଭଞ୍ଜ ଜିଲ୍ଲାର କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟା ସୁଦ୍ଧା ମିଳିବ ସହାୟତା ରାଶି: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

 Breaking News

ମୟୂରଭଞ୍ଜ ଜିଲ୍ଲାର କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟା ସୁଦ୍ଧା ମିଳିବ ସହାୟତା ରାଶି: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ମୟୂରଭଞ୍ଜ ଜିଲ୍ଲାର କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟା ସୁଦ୍ଧା ମିଳିବ ସହାୟତା ରାଶି: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
March 23
17:37 2025

ବାରିପଦା,୨୩/୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ। ରବିବାର ଅନଲାଇନ୍‌ରେ ଟଙ୍କା ମିଳିବ ବୋଲି କହିଛନ୍ତି ସୁରେଶ ପୂଜାରୀ। ଯେଉଁମାନଙ୍କର ଆଧାର ଲିଙ୍କ ନାହିଁ, ତାଙ୍କୁ ସିଧାସଳଖ ଟଙ୍କା ମିଳିବ।
ମୟୂରଭଞ୍ଜ ଜିଲାରେ ୧୭ଟି ପଞ୍ଚାୟତର ଶତାଧିକ ଗାଁ ପ୍ରଭାବିତ ହୋଇଛି। ଅନେକ ଘରର ଚାଳ ଛପର ଉଡ଼ିଯାଇଛି। ଅନେକ ସ୍ଥାନରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ସରବରାହ ବ୍ୟାଘାତ ଘଟିଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୟୂରଭଞ୍ଜର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930