Indus Valley Times

ଯୁବକ-ଯୁବତୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା : ୩ ଅଭିଯୁକ୍ତ ଗିରଫ

 Breaking News

ଯୁବକ-ଯୁବତୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା : ୩ ଅଭିଯୁକ୍ତ ଗିରଫ

July 12
20:05 2023

ବାରିପଦା,୧୨/୭: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପ୍ରତାପପୁର ପଂଚାୟତ ବନ୍ଧସାହି ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦୁଇଜଣ ଦରପୋଡା ଶବର ମାଂସ ଖାଇଛନ୍ତି। ମଙ୍ଗଳବାର ବନ୍ଧସାହି ଗ୍ରାମର ଯୁବତୀ ମଧୁସ୍ମିତା ସିଂ(୨୫)ଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଡାକ୍ତରଖାନାକୁ ଆଣିଥିଲେ।
ଡାକ୍ତର ମୃତ ଘୋଷଣା କରିବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା ୪୦/୨୩ରେ ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନା ପଠାଯାଇଥିଲା। ଶବ ବ୍ୟବଚ୍ଛେଦ ପରେ ଶବ ଘରକୁ ଆଣିବା ପରେ ସତ୍କାର ପାଇଁ ଗାଁ ମଶାଣିକୁ ନେଇଥିଲେ। ଶବ ପୋଡା ଚାଲିଥିବା ସମୟରେ ଦୁଇ ଜଣ ବ୍ୟକ୍ତି ଶବର ପୋଡା ମାଂସକୁ ଆଣି ଖାଇବାକୁ ଲାଗିଥିଲେ।
ଏହା ଦେଖି ମୃତ ଯୁବତୀଙ୍କ ପରିବାର ଲୋକେ ଉତ୍ୟକ୍ତ ହୋଇ ଦୁଇ ଜଣକୁ ଅଟକ ରଖିଥିଲେ। ଏହାସହ ଗାମୁଛାରେ ବାନ୍ଧି ଆଣିଥିବା ମାଂସକୁ ଉଦ୍ଧାର କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଂଚି ଥିଲା। ଆଇଆଇସି ସଞ୍ଜୟ କୁମାର ପରିଡା କହନ୍ତି, ଲୋକଙ୍କ ଅଭିଯୋଗକୁ ନେଇ ଦୁଇ ଜଣଙ୍କୁ ଅଟକ ରଖାଯାଇଛି। ନିଶାଶକ୍ତ ଅବସ୍ଥାରେ ଦୁଇ ଜଣ ଏପରି କରିଛନ୍ତି।
ଅଟକ ଦୁଇ ଅଭିଯୁକ୍ତ ହେଲେ; ବଡସାହି ଥାନା ଅଧୀନ ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ସିଂ(୫୮) ଓ ନରେନ୍ଦ୍ର ସିଂ(୨୫)। ସୁନ୍ଦର ମୋହନ ଗାଁରେ ଗୁଣିଆ ଭାବେ ଝଡାଫୁଙ୍କା କରନ୍ତି। ତେବେ ଗୁଣି ପାଇଁ ନୁହେଁ ମହୁଲି ମଦ ନିଶାରେ ଦରପୋଡା ମାଂସ ଖାଇଦେଇଥିବା ସ୍ବୀକାର କରିଛନ୍ତି। ପୁଲିସ ତଦନ୍ତ ଜାରି ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031