Indus Valley Times

ରଙ୍ଗର ପର୍ବ ହୋଲି ପାଳିତ : ଗାଁଠୁ ସହର ସବୁଠି ଉତ୍ସାହ

 Breaking News

ରଙ୍ଗର ପର୍ବ ହୋଲି ପାଳିତ : ଗାଁଠୁ ସହର ସବୁଠି ଉତ୍ସାହ

March 19
18:41 2022

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
କନ୍ଧମାଳ, ୧୯/୩:ଆଜି ହେଉଛି ରଙ୍ଗ ଓ ଭାଇଚାରାର ପର୍ବ ହୋଲି। ଆନନ୍ଦ, ଉଲ୍ଲାସର ସହ ପରସ୍ପରକୁ ଅବିର ଓ ରଙ୍ଗ ଲଗାଇଛନ୍ତି । କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲିଯାନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ।
ଏଥିସହ ଭାବର ରଙ୍ଗରେ ରଙ୍ଗୀନ ହେବାକୁ ଯେମିତି ସମସ୍ତେ ବ୍ୟାକୁଳ। ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ। ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ହୋଲି ଉତ୍ସବ। ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ।
ଏ ନେଇ କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଶ୍ରୀଜଗନ୍ନାଥ ମନ୍ଦିର ସହ ଅନ୍ୟ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା । ଦୁଇ ବର୍ଷ ଧରି କରୋନା କଟକଣା ହୋଲି ପାଳନରେ ବାଧକ ସାଜିଥିବାବେଳେ ଏଥର କରୋନା କଟକଣା ନ ଥିବାରୁ ଲୋକେ ହୋଲି ଖେଳିବାକୁ ବେଶ୍ ଉତ୍ସାହିତ ଥିଲେ ।
ଏଥିସହ ଭାବର ରଙ୍ଗରେ ରଙ୍ଗୀନ ହେବାକୁ ଯେମିତି ସମସ୍ତେ ବ୍ୟାକୁଳ। ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ରଙ୍ଗର ପର୍ବକୁ ନେଇ ପଲ୍ଲିରୁ ସହର ସବୁଠି ଉତ୍ସବ ମୁଖର । ପରଷ୍ପର କୁ ରଙ୍ଗ ଲଗାଇ ସମସ୍ତେ ହୋଲି ପର୍ବ କୁ ବହୁ ଧୁମ୍ ଧାମ ରେ ପାଳନ କରିଥିଲେ ।
ତେବେ ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବ ପାଳନ କରିଛନ୍ତି କ୍ଷ ବର୍ଷକ ରେ ଥରେ ଆସିଛି ହୋଲି , ନେଇ ଆସିଛି ଅସୁମାରି ଖୁସି । ସମଗ୍ର କନ୍ଧମାଳ ରେ ମଧ୍ୟ ପାଳନ ହେଉଛି ରଙ୍ଗର ଉତ୍ସବ। ହୋଲିର ରଙ୍ଗରେ ପିଲାଠୁ ବୟସ୍କ ସମସ୍ତେ ହେଲେ ମସଗୁଲ୍ ।
ହୋଲି ପାଇଁ ଯୁବପୀଢୀ ଆଜି ବିଶେଷ ଭାବେ ଉତ୍ସାହିତ । ରଙ୍ଗ ମାଧ୍ୟମରେ ପରସ୍ପରକୁ ଭଲ ପାଇବା ଓ ସମ୍ପର୍କକୁ ଅଧିକ ମଧୁର କରିବାର ଅବସରକୁ କେହି ହାତଛଡା କରିନାହାନ୍ତି । ସବୁ ଧର୍ମର ଲୋକେ ଏହି ପର୍ବରେ ସାମିଲ ହୋଇ ଆନନ୍ଦ ଉଲ୍ଲାସର ସହ ରଙ୍ଗ ଉତ୍ସବ ମନାଇଛନ୍ତି ।
ହୋଲିର ରଙ୍ଗରେ ସାରା ରାଜ୍ୟ ରଙ୍ଗୀନ ହୋଇଛି । ପରସ୍ପରକୁ ରଙ୍ଗ ବୋଳି ଶୁଭେଚ୍ଛା ଓ ଶୁଭକାମନା ବାଣ୍ଟୁଛନ୍ତି ଲୋକେ। ଫଗୁଣର ଫଗୁରେ ଭିଜୁଛନ୍ତି । ନାଚ ଗୀତରେ ମଜିଛନ୍ତି, ରଙ୍ଗରେ ଭିଜୁଛନ୍ତି । କେଉଁଠି ଡିଜେର ତାଳେ ତାଳେ ନାଚ ଜମିଛି ତ ଆଉ କେଉଁଠି ଅବିର ବର୍ଷା ।
ଛୋଟ ପିଲାମାନେ ଭଳିକି ଭଳି ଫଗୁ ସହ ପିଚକାରୀ,ଟୋପି, ମାସ୍କ ଲଗାଇ ହୋଲି ଖେଳୁଛନ୍ତି । କେଉଁଠି ହରବାଲ ଅବିରରେ ହୋଲି ଖେଳାଯାଇଛି ତ କେଉଁଠି ବଡମାନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ସାନ ମାନେ । ଶାନ୍ତି ପ୍ରୀତି ମୈତ୍ରି ସଦଭାବନାର ବାର୍ତ୍ତା ନେଇ ଆସିଛି ହୋଲି କ୍ଷ

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031