Indus Valley Times

ରାଜ୍ୟରେ ଆଉ ୧୦୬୮ କରୋନା ସଂକ୍ରମିତ ଚିହ୍ନଟ, ୨୯ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

 Breaking News

ରାଜ୍ୟରେ ଆଉ ୧୦୬୮ କରୋନା ସଂକ୍ରମିତ ଚିହ୍ନଟ, ୨୯ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

July 29
12:32 2020

ଓଡ଼ିଶାରେ ପୁଣି ୧୦୬୮ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୧୭୫
ଭୁବନେଶ୍ୱର ୨୮।୭ : ଓଡ଼ିଶାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୧୭୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, କଟକ ଜିଲ୍ଲାରୁ ୬୧ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୪ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୯୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୦୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୮୭୩୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031