Indus Valley Times

ରାଜ୍ୟରେ ଆଉ ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ କୁ ବୃଦ୍ଧି

 Breaking News

ରାଜ୍ୟରେ ଆଉ ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ କୁ ବୃଦ୍ଧି

ରାଜ୍ୟରେ ଆଉ ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ କୁ ବୃଦ୍ଧି
August 02
12:15 2020

ଭୁବନେଶ୍ୱର ୨।୮: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୪୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୮, ରାୟଗଡ଼ାରୁ ୧୯୭, କଟକରୁ ୧୨୩ , ଗଜପତିରୁ ୯୧, ସୁନ୍ଦରଗଡ଼ରୁ ୭୬, ପୁରୀରୁ ୬୫, ଯାଜପୁରରୁ ୫୭, ସମ୍ବଲପୁରରୁ ୫୧, କନ୍ଧମାଳରୁ ୪୪, ଭଦ୍ରକରୁ ୨୫ , ମାଲକାନଗିରିରୁ ୨୪, କେନ୍ଦ୍ରାପଡ଼ାରୁ ୨୨, କଳାହାଣ୍ଡିରୁ ୧୮ ଚିହ୍ନଟ ହୋଇଥିବା ଜଣାଯାଇଛି । ଅପରପକ୍ଷରେ ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ ଲେଖାଏଁ ରୋଗୀ ଚିହ୍ନଟ ହୋଇଛନ୍ତି।
ଠିକ୍ ସେହିପରି ଅନୁଗୁଳରୁ ୧୫, ବାଲେଶ୍ବର ଜିଲ୍ଲାରୁ ୨୯, ବରଗଡ଼ ଜିଲ୍ଲାରୁ ୧୩, ଦେବଗଡ଼ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୭, ନୟାଗଡ଼ରୁ ୮, ମୟୂରଭଞ୍ଜ ଜିଲ୍ଲାରୁ ୧, ନୟାଗଡ଼ ଜିଲ୍ଲାରୁ ୮, ବୌଦ୍ଧ ଜିଲ୍ଲାରୁ ୫, ଝାରସୁଗୁଡ଼ା ଜିଲ୍ଲାରୁ ୬, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୧୨ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031