Indus Valley Times

ରାଜ୍ୟରେ ଆଉ ୨୮୫୪ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରୁ ୩୯୩ ଜଣ

 Breaking News

ରାଜ୍ୟରେ ଆଉ ୨୮୫୪ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରୁ ୩୯୩ ଜଣ

ରାଜ୍ୟରେ ଆଉ ୨୮୫୪ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରୁ ୩୯୩ ଜଣ
October 10
14:06 2020

ଭୁବନେଶ୍ବର ୧୦।୧୦: ରାଜ୍ୟରେ ଶନିବାର ଦିନ ୨୮୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୬ଜଣ, ବରଗଡ଼ ଜିଲ୍ଲାରୁ ୯୫ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୭ଜଣ, ବୌଦ୍ଧ ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୨୪୪ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୩ଜଣ, ଗଜପତି ଜିଲ୍ଲାରୁ ୧୯ଜଣ, ଗଞ୍ଜାମ ଜିଲ୍ଲାରୁ ୩୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୮ଜଣ, ଯାଜପୁର ଜିଲ୍ଲାରୁ ୯୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୫ଜଣ, କନ୍ଧମାଳ ଜିଲ୍ଲାରୁ ୪୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୩ଜଣ, କୋରାପୁଟ ଜିଲ୍ଲାରୁ ୪୬ଜଣ, ମାଲକାନଗିରି ଜିଲ୍ଲାରୁ ୬୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୨ଜଣ, ନୟାଗଡ଼ା ଜିଲ୍ଲାରୁ ୬୫, ନୂଆପଡ଼ା ଜିଲ୍ଲାରୁ ୮୩ଜଣ, ପୁରୀ ଜିଲ୍ଲାରୁ ୧୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୫ଜଣ, ସୋନପୁର ଜିଲ୍ଲାରୁ ୭୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୩ଜଣ, ଷ୍ଟେଟ୍ ପୁଲ୍ରୁ ୮୮ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031