Indus Valley Times

ରାଜ୍ୟରେ ଆଉ ୨୮୯୮ ଜଣ କରେନା ପଜିଟିଭ୍ ଚିହ୍ନଟ,ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ କୁ ବୃଦ୍ଧି

 Breaking News

ରାଜ୍ୟରେ ଆଉ ୨୮୯୮ ଜଣ କରେନା ପଜିଟିଭ୍ ଚିହ୍ନଟ,ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ କୁ ବୃଦ୍ଧି

ରାଜ୍ୟରେ ଆଉ ୨୮୯୮ ଜଣ କରେନା ପଜିଟିଭ୍ ଚିହ୍ନଟ,ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ କୁ ବୃଦ୍ଧି
August 20
12:15 2020

ଭୁବନେଶ୍ୱର ୨୦।୮: ରାଜ୍ୟରେ ପ୍ରତ୍ୟକ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯୨ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୦ଜଣ, ବରଗଡ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୬୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ୬୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨୪ଜଣ, କୋରାପୁଟ ଜିଲ୍ଲାରୁ ୧୩୨ଜଣ, ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୨୩୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୦୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୬୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୫୯୪୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031