Indus Valley Times

ରାଜ୍ୟରେ ଆଉ ୬୪୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

 Breaking News

ରାଜ୍ୟରେ ଆଉ ୬୪୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୬୪୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ
November 17
13:17 2020

ଭୁବନେଶ୍ବର,୧୭/୧୧: ରାଜ୍ୟରେ ହ୍ରାସପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ମଙ୍ଗଳବାର ଦିନ ଆଉ ୬୪୪ ଜଣ ନୂଆ କରୋନା ଚିହ୍ନଟ ହୋଇଛନ୍ତି । ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୨ରେ ପହଞ୍ଚିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୭୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୩ ଜଣ ସ୍ଥାନୀୟ ସଂକ୍ରମିତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୩ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୨୯ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୨୭ ଜଣ, ଯାଜପୁରରୁ ୧୭ ଜଣ, ଝାରସୁଗୁଡ଼ାରୁ ୨୬ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୩୭ ଜଣ, ଖୋର୍ଦ୍ଧାରୁ ୭୩ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୧୬ ଜଣ, ମୟୂରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୯ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031