Indus Valley Times

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

August 22
14:32 2020

ବନେଶ୍ବର ୨୨।୮: ଆଜି ରାଜ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୫୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୫୮୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୦୫୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୯୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୩୩୮୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031