Indus Valley Times

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୪ ଶହ ଟପିଲା ଦୈନିକ ସଂକ୍ରମଣ

 Breaking News

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୪ ଶହ ଟପିଲା ଦୈନିକ ସଂକ୍ରମଣ

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୪ ଶହ ଟପିଲା ଦୈନିକ ସଂକ୍ରମଣ
July 06
10:22 2022

ଭୁବନେଶ୍ୱର ୬/୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୫୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୪ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୧୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୦୩୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୬୩୩୦୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031