Indus Valley Times

ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି : ରାଜ୍ୟ ନିର୍ବାଚନ ଅଧିକାରୀ

 Breaking News

ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି : ରାଜ୍ୟ ନିର୍ବାଚନ ଅଧିକାରୀ

ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି : ରାଜ୍ୟ ନିର୍ବାଚନ ଅଧିକାରୀ
November 17
16:43 2021

ଭୁବନେଶ୍ୱର, ୧୭/୧୧ : ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ବୁଧବାରପ୍ରେସମିଟ କରି କହିଛନ୍ତି ଯେ ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲୁଛି ।
ତେଣୁ ଏହି ସମୟରେ ମୁଁ ସମସ୍ତଙ୍କୁ ଅପିଲ କରିବାକୁ ଚାହୁଁଛି ସମସ୍ତେ ନିଜ ନିଜର ନାଁ ଓ ଏପିକି ଆଇଡି ଚେକ କରି ପାରିବେ । ଆମର ଏଥିପାଇଁ ୨୧ ତାରିଖରେ ସ୍ପେଶାଲ ଡ୍ରାଇଭ ମଧ୍ୟ କରାଯିବ ସେଠି ବି କରିପାରିବେ । ଫର୍ମ ୬ ନାମ ଯୋଡିବା, ଫର୍ମ ୭ ନାମ କାଟିବା, ଫର୍ମ ୮ ନାମ ସଂଶୋଧନ ଓ ଫର୍ମ ୮ ଏ ସ୍ଥାନାନ୍ତର ପାଇଁ ବ୍ୟବହାର କରିହେବ ।
ବିଏଲଓମାନେ ରହିଛନ୍ତି ସେମାନଙ୍କ ପାଖକୁ ଯାଇ ଏହି ସଂଶୋଧନ କରି ପାରିବେ । ଉଭୟ ଅନଲାଇନ ଓ ଅଫଲାଇନ ମାଧ୍ୟମରେ ନାମ ଯୋଡିବା ସହ ସଂଶୋଧନ କରିପାରିବେ ।
ଭୋଟର ହେଲ୍ପଲାଇନକୁ ଯାଇ ଏହି ସଂଶୋଧନ କରିପାରିବେ । ଏପିକ ନମ୍ବର ସ୍ପୀଡ଼ ପୋଷ୍ଟରେ ଯିବ ତେଣୁ ସଠିକ ଠିକଣା ଦିଅନ୍ତୁ । ଆମେ କୋଭିଡ କାରଣରୁ ଅନଲାଇନ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦେଉଛୁ । ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୨୦ ହଜାର ଫର୍ମ ଆସିଛି ।
ସେ ମଧ୍ୟରୁ ୮୦ ପ୍ରତିଶତ ଆମେ ଅନଲାଇନ ମାଧମରେ ପାଇଛୁ । ଗତବର୍ଷ ଏହା ୮ ପ୍ରତିଶତ ରହିଥିଲା । ବର୍ତ୍ତମାନ ସୁଦ୍ଧା ଏକ ଲକ୍ଷ ଡ଼ବଲ ଆଇଡି ଡ଼ିଲିଟ କରିଛୁ । ଆଗକୁ ଯଦି ସେମିତି ନଜର ଆସିବ ତାକୁ ବି ଡ଼ିଲିଟ କରାଯିବ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031