Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି
July 09
09:27 2021

ଭୁବନେଶ୍ୱର,୯/୭: ରାଜ୍ୟରେ କରୋନା ସଂକ୍ରମଣ କମିଥିଲାବେଳେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରାଯାଇଥିବା ବେଳେ କୌଣସି ନିର୍ଦ୍ଦିଷ୍ଟ ଦିନରେ ଏ ସମସ୍ତଙ୍କର ମୃତ୍ୟୁ ଘଟି ନଥିବା କୁହାଯାଇଛି। କରୋନା ଜନିତ ମୃତ୍ୟୁକୁ ନେଇ ଚାଲିଥିବା ଅଡିଟ୍ରୁ ଏହି ୬୧ ଜଣଙ୍କ ସଂପର୍କରେ ତଥ୍ୟ ଆସିଛି ଓ ସେମାନଙ୍କ ମୃତ୍ୟୁ କରୋନା ଯୋଗୁ ହୋଇଥିବା ସ୍ପଷ୍ଟ ହୋଇଛି ବୋଲି କୁହାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି।
କରୋନାରେ ପ୍ରାଣ ହରାଇଥିବା ଏହି ୬୧ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଅଛନ୍ତି। ଏହି ୧୧ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୫ ଜଣ ଅଛନ୍ତି। ସେହିପରି ବରଗଡ଼, ଗଞ୍ଜାମ,ମୟୂରଭଞ୍ଜ ଓ ପୁରୀରୁ ୬ ଜଣ ଲେଖାଏଁ ଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ, କେନ୍ଦୁଝରରୁ ୪, ଢେଙ୍କାନାଳ, କଟକ ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ଅଛନ୍ତି।
ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୧କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୧୭୮, ଗଞ୍ଜାମରେ ୩୭୦, ମୟୂରଭଞ୍ଜରେ ୧୪୯, ପୁରୀରେ ୨୬୬, ସମ୍ବଲପୁରରେ ୧୩୬, ସୁନ୍ଦରଗଡ଼ରେ ୩୮୯, କେନ୍ଦୁଝରରେ ୮୦, ନୟାଗଡ଼ରେ ୧୨୨, କଟକରେ ୩୦୫, ଢେଙ୍କାନାଳରେ ୯୧, ବୌଦ୍ଧରେ ୮୫, ଗଜପତିରେ ୭୧, ଝାରସୁଗୁଡ଼ାରେ ୧୩୦, କେନ୍ଦ୍ରାପଡ଼ାରେ ୯୪, ନୂଆପଡ଼ାରେ ୭୧ ଓ ରାୟଗଡ଼ାରେ ୧୫୦କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୧୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୧୯୩ଟି ହେଉଛି ଲୋକାଲ କେସ୍। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨୭ ହଜାର ୪୨୯ ଜଣ ଚିକିତ୍ସାଧୀନ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031