Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୩୧୫ଜଣ କରୋନା ପଜିଟିଭ ଚିହ୍ନଟ, ୬୬ଜଣଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୩୧୫ଜଣ କରୋନା ପଜିଟିଭ ଚିହ୍ନଟ, ୬୬ଜଣଙ୍କ ମୃତ୍ୟୁ

August 04
09:14 2021

ଭୁବନେଶ୍ୱର, ୪/୮ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ । ରାଜ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୨୧୮୧ ରେ ପହଞ୍ଚିଛି । ତେବେ ବୁଧବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୬୨କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୫୫୩ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ସହିପରି ଗତ ୨୪ ଘଣ୍ଟାରେ କରୋନରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୮୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, ଓ କେନ୍ଦୁଝର ଜିଲ୍ଲାରୁ ୧୩ଜଣଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ୪୧୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟପୁଲ୍ରୁ ୮୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୮୭୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୨୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ବର୍ତ୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031