Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ
October 02
10:31 2021

ଭୁବନେଶ୍ୱର, ୨/୧୦ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ଶନିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭ ଜଣ, ବାଲେଶ୍ୱରରୁ ୨୫ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୫୭ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେଉଁଝରରୁ ୧ ଜଣ ଓ ଖୋର୍ଦ୍ଧାରୁ ୨୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୭, ୪୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୩,୮୩୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031