Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୪୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୨୧୮ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୪୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୨୧୮ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୪୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୨୧୮ ଜଣ
September 28
11:52 2021

ଭୁବନେଶ୍ୱର,୨୮/୯: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୪୫ ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୨୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୭, ବରଗଡ଼ରୁ ଜଣେ, ଭଦ୍ରକରୁ ୧୦, ବଲାଙ୍ଗିରରୁ ୨, କଟକରୁ ୭୩, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ୧୧, ଜଗତସିଂହପୁରରୁ ୩୭, ଯାଜପୁର୨୦, ଝାରସୁଗୁଡ଼ା ୮, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୩, କୋରାପୁଟରୁ ୨ ଓ ମୟୂରଭଞ୍ଜରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ନବରଙ୍ଗପୁରରୁ ୩, ପୁରୀରୁ ୬, ରାୟଗଡ଼ାରୁ ୩, ସମ୍ବଲପୁରରୁ ୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୧ ଓ ଷ୍ଟେଟପୁଲରୁ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୫,୩୦୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୧,୪୮୨ ସୁସ୍ଥ ହୋଇ ସାରିଥିବା ବେଳେ ୫,୫୮୭ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୮୭କୁ ବୃଦ୍ଧି ପାଇଛି। ଏହି ୭ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଗଞ୍ଜାମ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଥିବା ବେଳେ ଜଗତସିଂହପୁରରୁ ୨ ଜଣ ଅଛନ୍ତି।
ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ବେଳେ କଟକରେ ୮୩୫, ଗଞ୍ଜାମରେ ୪୭୪, ଯାଜପୁରରେ ୧୬୬, କେନ୍ଦ୍ରାପଡ଼ାରେ ୨୪୫ ଓ ଜଗତସିଂହପୁରରେ ୩୦୨ରେ ପହଞ୍ଚିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031