Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ,୧୮ବର୍ଷରୁ କମ୍ ବର୍ଗର ୧୧୦ କମ୍‌

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ,୧୮ବର୍ଷରୁ କମ୍ ବର୍ଗର ୧୧୦ କମ୍‌

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ,୧୮ବର୍ଷରୁ କମ୍ ବର୍ଗର ୧୧୦ କମ୍‌
August 31
09:32 2021

ଭୁବନେଶ୍ୱର,୩୧/୮: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୦ ଜଣ ଅଛନ୍ତି।
ଏହି ୬୩୮ ଜଣଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୭୧ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୧୬ ଜଣ ଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୬, ଭଦ୍ରକରୁ ୧୨, ବୌଦ୍ଧରୁ ୧୨, କଟକରୁ ୫୭, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୧୦, ଗଜପତିରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୯, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୪ କଳାହାଣ୍ଡିରୁ ଜଣେ ଓ କନ୍ଧମାଳରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୨, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୦, ନୟାଗଡ଼ରୁ ୭, ନୂଆପଡ଼ାରୁ ୨, ପୁରୀରୁ ୨୧, ରାୟଗଡ଼ାରୁ ୭, ସମ୍ବଲପୁରରୁ ୭, ସୁନ୍ଦରଗଡ଼ରୁ ୧୯ ଓ ଷ୍ଟେଟ୍ ପୁଲ୍ରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି।
ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଅନ୍ୟପକ୍ଷରେ ୬୩୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୭୫୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୨ ହଜାର ୪୭୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭,୨୫୫ ଜଣ ଚିକିତ୍ସାଧୀନ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031