Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୮ ବର୍ଷର କମ୍ ବର୍ଗର ୯୨ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୮ ବର୍ଷର କମ୍ ବର୍ଗର ୯୨ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୮ ବର୍ଷର କମ୍ ବର୍ଗର ୯୨ ଜଣ
October 10
10:15 2021

ଭୁବନେଶ୍ୱର, ୧୦/୧୦: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୨ ଜଣ ଅଛନ୍ତି। ସେହିପରି ୬୫୨ ଜଣଙ୍କ ମଧ୍ୟରୁ ୩୮୦ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୭୨ଟି ହେଉଛି ଲୋକାଲ୍ କେସ୍।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୧୯, ବରଗଡ଼ରୁ ୩, ଭଦ୍ରକରୁ ୭, ବଲାଙ୍ଗିରରୁ ୩, କଟକରୁ ୭୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ୬, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୫, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨୬, କୋରାପୁଟରୁ ଜଣେ, ଓ ମୟୂରଭଞ୍ଜରୁ ୨୯ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ନୟାଗଡ଼ରୁ ୬, ନୂଆପଡ଼ାରୁ ଜଣେ, ପୁରୀରୁ ୧୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୭୩ ଜଣ ପିଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ସୁସ୍ଥ ହୋଇସାରିଲେଣି। ୫,୦୮୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୪୨କୁ ବୃଦ୍ଧି ପାଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031