Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୧୯ କରୋନା ପଜିଟିଭ ଚିହ୍ନଟ , ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯କୁ ବୃଦ୍ଧି

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୧୯ କରୋନା ପଜିଟିଭ ଚିହ୍ନଟ , ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯କୁ ବୃଦ୍ଧି

September 01
09:43 2021

ଭୁବନେଶ୍ୱର ୧/୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯ରେ ପହଞ୍ଚିଛି ।
ତେବେ ବୁଧବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୨ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୯୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୮୯ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣଆକ୍ରାନ୍ତ ହୋଇଛନ୍ତି ।
କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍ରୁ ୫୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୧୩୪୨୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031