Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୧୮ ବର୍ଷରୁ କମ୍ ବର୍ଗର ୧୦୪ ଜଣ ଶିଶୁ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୧୮ ବର୍ଷରୁ କମ୍ ବର୍ଗର ୧୦୪ ଜଣ ଶିଶୁ

August 16
10:07 2021

ଭୁବନେଶ୍ୱର, ୧୬/୮ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୪ ଜଣ ଅଛନ୍ତି।
ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୬୧ଟି ହେଉଛି ଲୋକାଲ୍ କେସ୍। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୫୪, ଅନୁଗୋଳରୁ ୨୬, ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୩, ଭଦ୍ରକରୁ ୧୯, ବଲାଙ୍ଗିରରୁ ୮, ବୌଦ୍ଧରୁ ଜଣେ, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୫, ଗଜପତିରୁ ଜଣେ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨୩ ଓ ଯାଜପୁରରୁ ୪୫ଜଣ ଚିହ୍ନଟ ହୋଇଛନ୍ତି ।
ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୨୬, କେନ୍ଦୁଝରରୁ ୧୦, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୨୮, ନୟାଗଡ଼ରୁ ୨୧, ନୂଆପଡ଼ାରୁ ୬, ପୁରୀରୁ ୨୧, ରାୟଗଡ଼ାରୁ ୨, ସମ୍ବଲପୁରରୁ ୩୯, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍ ପୁଲ୍ରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି। ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ଜଣେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।
୮୬୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୫ ହଜାର ୪୩୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୭୮ ହଜାର ୨୪୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦ ହଜାର ୧୮୭ ଜଣ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୯୫୩କୁ ବୃଦ୍ଧି ପାଇଛି।
ଏହି ୬୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକରୁ ୮, ଅନୁଗୋଳରୁ ୭, ବାଲେଶ୍ୱର ଓ ଢେଙ୍କାନାଳରୁ ୫ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗିର, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।
ଏହା ସହିତ ସମ୍ବଲପୁରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୯କୁ ବୃଦ୍ଧି ପାଇଥିବା ବେଳେ କଟକରେ ୫୨୦, ଅନୁଗୋଳରେ ୨୯୬, ବାଲେଶ୍ୱରରେ ୨୩୪, ଢେଙ୍କାନାଳରେ ୧୪୬, ବରଗଡ଼ରେ ୩୨୬, ଭଦ୍ରକରେ ୧୦୦, ଜଗତସିଂହପୁରରେ ୧୨୨, ଖୋର୍ଦ୍ଧାରେ ୧,୩୮୯, ଗଞ୍ଜାମରେ ୪୬୪, କଳାହାଣ୍ଡିରେ ୨୦୬, କେନ୍ଦ୍ରାପଡ଼ାରେ ୧୭୦, ସୁବର୍ଣ୍ଣପୁରରେ ୫୭, ବଲାଙ୍ଗିରରେ ୧୨୨, ଦେବଗଡ଼ରେ ୪୮, ଯାଜପୁରରେ ୯୭, ଝାରସୁଗୁଡ଼ାରେ ୧୭୧ ଓ ନୟାଗଡ଼ରେ ୧୯୦କୁ ବୃଦ୍ଧି ପାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031