Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୫୨ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୧୮୧ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୫୨ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୧୮୧ଜଣ

February 16
10:04 2022

ଭୁବନେଶ୍ୱର ୧୬/୨ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୮୯୮ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୮୧ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୬୪ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୩୩ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮ଜଣ, ଯାଜପୁର ଜିଲ୍ଲାରୁ ୪୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୧୧୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୫ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୯ଜଣ, ଷ୍ଟେଟ ପୁଲ୍ରୁ ୨୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୧୪୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୫୯୫୨୬୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031