Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ପଜିଟିଭ୍ ଚିହ୍ନଟ , କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ଜଣକୁ ବୃଦ୍ଧି

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ପଜିଟିଭ୍ ଚିହ୍ନଟ , କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ଜଣକୁ ବୃଦ୍ଧି

February 19
09:55 2022

ଭୁବନେଶ୍ୱର ୧୯/୨ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୯୮୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୪୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୫୮୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୭୬୬୦୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।
ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୧୮ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ଭୁବନେଶ୍ୱରରୁ ୪ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ପ୍ରାଣ ହରାଇଥିବା ବେଳେ ବାଲେଶ୍ବର, ଗଞ୍ଜାମ, କନ୍ଧମାଳ ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ଭିତରେ କନ୍ଧମାଳର ଜଣେ ୧୪ ବର୍ଷର ନାବାଳିକା ଥିବା ଜଣାଯାଇଛି।
ସୂଚନାଯୋଗ୍ୟ ଗତକାଲି ୧୫ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031