Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୯ ଜଣ କରୋନା ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୦ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୯ ଜଣ କରୋନା ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୦ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୯ ଜଣ କରୋନା ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୦ ଜଣ
February 24
10:08 2022

ଭୁବନେଶ୍ବର, ୨୪/୨: ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨୫, ଗଞ୍ଜାମରୁ ୧୪ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, ଖୋର୍ଦ୍ଧାରୁ ୩୬ ଜଣ,ଓ କୋରାପୁଟରୁ ୧୬ ଜଣ,ଚିହ୍ନଟ ହୋଇଛି ।
ସେହିପରି ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟ ପୁଲରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୩, ୯୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୧, ୦୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩,୮୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30