Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୯ ଜଣ କରୋନା ପଜିଟିଭ ଚିହ୍ନଟ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୯ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୯ ଜଣ କରୋନା ପଜିଟିଭ ଚିହ୍ନଟ
April 26
10:35 2022

ଭୁବନେଶ୍ବର, ୨୬/୪: ରାଜ୍ୟରେ ଗତକାଲି ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୮୮, ୦୦୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031